Baibhaba Manobigyana (Positive Psychology) - Sahoo Fakir Mohan
ବୈଭବ ମନୋବିଜ୍ଞାନର ପରିକଳ୍ପନା କେବଳ ଏକ ସାରସ୍ୱତ ଅଭୀପ୍ସା ନୁହେଁ, ଏହା ଏକ ସଚେତନଶୀଳ ଦାୟିତ୍ୱବୋଧର ପରିପ୍ରକାଶ । ଆମର ସମସ୍ତ ଆର୍ଥିକ ପ୍ରଗତି ସତ୍ତ୍ୱେ ବ୍ୟକ୍ତିଗତ ଜୀବନ ଯେପରି ବିଷାଦଗ୍ରସ୍ତ ହୋଇଉଠୁଛି ଏବଂ ସମଷ୍ଟିଗତ ଜୀବନ ଯେପରି ବେଦନାକ୍ଳିଷ୍ଟ ହୋଇଉଠୁଛି, ସେ ପରିପ୍ରେକ୍ଷୀରେ ବିଷବୟଳରୁ ମୁକ୍ତ ହେବାର ଇଚ୍ଛା ଏକ ସ୍ୱାଭାବିକ ପ୍ରକ୍ରିୟା । ସୌଭାଗ୍ୟବଶତଃ ମନୋବିଜ୍ଞାନ ଓ ସମାଜବିଜ୍ଞାନର ଅଧ୍ୟୟନ ଓ ଗବେଷଣା ରାଜ୍ୟରେ ମଧ୍ୟ ଏ ପ୍ରକାର ମାନସିକତା ପ୍ରତିଧ୍ୱନିତ ।
ପୁସ୍ତକଟି ଅନୁସନ୍ଧିତ୍ସୁ ସମସ୍ତ ପାଠକପାଠିକା ପାଇଁ ଉଦ୍ଦିଷ୍ଟ । ତଥାପି ପ୍ରଚଳିତ ପାଠ୍ୟକ୍ରମକୁ ପୁରୋଭାଗରେ ରଖି କେତେକ ସ୍ୱତନ୍ତ୍ର ସତର୍କତା ଅବଲମ୍ବନ କରାଯାଇଛି । ଭାବ ଓ ଭାଷା ମଧ୍ୟରେ ସମନ୍ୱୟ ରକ୍ଷା କରିଯିବାର ପ୍ରଯତ୍ନ ହୋଇଛି । ଓଡ଼ିଆ ଭାଷା ଆଧୁନିକ ଭାବଧାରାର ବାହକ ହୋଇପାରେ, ଲେଖକ ଏପରି ବିଶ୍ୱାସର ଏକାନ୍ତ ଅନୁଗତ । ସୁତରାଂ ସାରସ୍ୱତ ସୌନ୍ଦର୍ଯ୍ୟ ପ୍ରତି ସମ୍ମାନ ରକ୍ଷା କରାଯାଇ ପୁସ୍ତକଟି ରଚନା କରାଯାଇଛି । ପ୍ରତ୍ୟେକ ଛାତ୍ରଛାତ୍ରୀ ଏବଂ ଶ୍ରଦ୍ଧାଶୀଳ ପାଠକପାଠିକା ଉପକୃତ ହେଲେ ପରବର୍ତ୍ତୀ ଯୋଜନା ଅଧିକ ତ୍ୱରାନ୍ୱିତ ହେବ ।
EAN: 9781645601371